ରାଜ୍ୟରେ ଏକାକୀ ଲଢ଼ିବ ବିଜେଡି, ହାସଲ କରିବ ତିନି ଚତୁର୍ଥାଂଶରୁ ଅଧିକ ଆସନ

1 min read

ଭୁବନେଶ୍ବର: ବିଜେପି-ବିଜେଡି ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ । ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ ବିଜେଡି । ଦଳ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଏକାକୀ ଲଢ଼ିବ । ଏନେଇ ସୋସିଆଲ ମଡିଆ ଏକ୍ସରେ ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ନିର୍ବାଚନରେ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ପ୍ରଣବ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ପ୍ରଣବ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି । ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ । ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ । ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏହାକୁ ହାସଲ କରିବା ଦିଗରେ ଦଳ ଆଗେଇ ଚାଲିଛି ।