ସୀମା ଟପିଗଲେ ବିଜେପି କର୍ମୀ, ରାଜନୈତିକ ଆକ୍ରୋଶରୁ ବିଜେଡି କର୍ମୀଙ୍କୁ ପିଟି ପିଟି କଲେ ହତ୍ୟା

ଭଦ୍ରକ: ଭଦ୍ରକରେ ସବୁ ସୀମା ଟପିଗଲେ ବିଜେପି କର୍ମୀ । ରାଜନୈତିକ ଆକ୍ରୋଶରୁ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ବିଜେପି କର୍ମୀ । ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ । ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ ଆକ୍ରୋଶ ଯୋଗୁଁ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ନେଇ ମୃତକଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ମୃତକ ଜଣକ ହେଲେ ଜାହାଙ୍ଗିର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତ ।

ପ୍ରତାପ ରାତିରେ ଘରକୁ ଯାଉଥିବାବେଳେ କିଛି ବିଜେପି କର୍ମୀ ତାଙ୍କୁ ଆକ୍ରମଣ କରିଥିଲେ । ଘଟଣା ବିଷୟରେ ଜାଣି ତାଙ୍କ ଭାଇ ଓ ଗାଁର କିଛି ଲୋକ ବାହାରକୁ ବାହାରିବାରୁ ତାଙ୍କୁ ମଧ୍ୟ ଧମକ ଦେବା ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଆକ୍ରମଣର ଶିକାର ହୋଇଥିବା ପ୍ରତାପଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବାବେଳେ, ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ପ୍ରତାପଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି ।

Leave a Reply