ବଳ ବଢ଼ାଉଛି ବିଜେଡି: ବିଜେପି ଓ କଂଗ୍ରେସ ଛାଡ଼ି ଶଙ୍ଖ ଫୁଙ୍କୁଛନ୍ତି ଶତାଧିକ କର୍ମୀ

କଳାହାଣ୍ଡି/କୋରାପୁଟ: କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ଶକ୍ତିଶାଳୀ ହେଉଛି ବିଜେଡି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଶାସନରେ ଅନୁପ୍ରାଣିତ ହୋଇ ବିଜେପି ଓ କଂଗ୍ରେସ ଛାଡ଼ି ବିଜେଡରେ ସାମିଲ ହେଉଛନ୍ତି ନେତା ଓ କର୍ମୀ । ଆଜି କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର ଶତାଧିକ ଲୋକ ବିଜେଡିରେ ମିଶିଛନ୍ତି ।

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ମାଟି ଗାଁରେ ହୋଇଥିଲା ବିଜେଡିର ମିଶ୍ରଣ ପର୍ବ । ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ନେତୃତ୍ବରେ କଂଗ୍ରେସ ଓ ବିଜେପିର ଶତାଧିକ କର୍ମୀ ବିଜେଡିରେ ସାମିଲ ହୋଇଥିଲେ । ଏହି ଅବସରରେ ମାଟି ଗାଁରେ ମୋ ପରିବାର, ବିଜୁ ପରିବାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଶହ ଶହ ବୃଦ୍ଧ, ବୃଦ୍ଧାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ଓ ଉପଢୌକନ୍ ପ୍ରଦାନ କରାଯାଇଥିଲା ।

ସେହିପରି କୋରାପୁଟ ଜିଲ୍ଲା କୋଟପାଡ଼ରେ ମଧ୍ୟ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ କୋଟପାଡ଼ର ପୂର୍ବତନ ବିଧାୟକ ଚନ୍ଦ୍ର ଶେଖର ମାଝୀ ଏବଂ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ଇଶ୍ୱର ପାଣିଗ୍ରାହୀଙ୍କ ସହ ଜିଲ୍ଲା ପର୍ଯ୍ୟବେକ୍ଷକ ଚନ୍ଦ୍ର ସାରଥୀ ବେହେରା, ମନ୍ତ୍ରୀ ପଦ୍ମିନୀ ଦିଆନ, ନବରଙ୍ଗପୁର ସାଂସଦ ରମେଶ ମାଝୀ , ପଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ବିଜେଡି ସାଧାରଣ ସମ୍ପାଦକ ରବି ନାରାୟଣ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply