ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କ ନାମାଙ୍କନ ସମୟରେ ଉପସ୍ଥିତ ରହିବେ ଓଡିଶାର ଦୁଇ ମନ୍ତ୍ରୀ

1 min read

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି ।

ଫାଇଲ୍ ଫଟୋ

ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାନଙ୍କ ସମ୍ପର୍କରେ ଫୋନ୍ ଯୋଗେ କଥା ହୋଇଛନ୍ତି ନଡ୍ଡା  । ନାମାଙ୍କନ ସମୟରେ ଉପସ୍ଥିତ ରହିବାକୁ ନବୀନଙ୍କୁ ଅନୁରୋଧ କରିଥିଲେ  । ଅନୁରୋଧକ୍ରମେ  ନବୀନ ପଟ୍ଟନାୟକ ଦୁଇ ମନ୍ତ୍ରୀଙ୍କୁ କାଲି ଦିଲ୍ଲୀ ପଠାଇବେ  ।

ନାମାଙ୍କନ ସମୟରେ ସେମାନେ ମୁର୍ମୁଙ୍କ ସହ ଉପସ୍ଥିତ ରହିବେ  । ଆଜି କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସରକା ନାମାଙ୍କନ ପତ୍ରରେ ଦସ୍ତଖତ କରିବେ  । ଆସନ୍ତାକାଲି ନାମାଙ୍କନ ସମୟରେ ଉପସ୍ଥିତ ରହିବେ  । ସୂଚନା ଥାଉକି ଗତକାଲି ନବୀନ ପଟ୍ଟନାୟକ ଏନଡିଏ ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲା  ।