ରାଉରକେଲା: ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ରାଜ୍ୟ ସରକାରଙ୍କ 5-T ସଚିବ ଭି. କେ ପାଣ୍ଡିଆନ୍ । ଗସ୍ତ ଅବସରରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲ ଗସ୍ତ କରି ଉନ୍ନତି ମୂଳକ କାର୍ଯ୍ୟର ଅନୁଧ୍ୟାନ କରିବେ । ଏହାସହ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିବେ । ରାଜ୍ୟ ସରକାରଙ୍କ ‘5-T’ ଓ ‘ମୋ ସରକାର’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ଭିତ୍ତିଭୂମି ଓ ଶୈକ୍ଷିକ ପରିବେଶରେ ଉନ୍ନତି କାର୍ଯ୍ୟ କରାଯାଉଛି । ସ୍କୁଲର ପରିବେଶକୁ ସୁନ୍ଦର ଓ ଆକର୍ଷଣୀୟ କରାଯାଉଛି । ଏହାସହ ସ୍ମାର୍ଟ କ୍ଲାସ ରୁମ, ଇ ଲାଇବ୍ରେରୀ କରାଯିବା ସହ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯାଉଛି । ସୁନ୍ଦରଗଡ଼ ଜିଲ୍ଲାରେ ଥିବା ସରକାରୀ ହାଇସ୍କୁଲ ଗୁଡ଼ିକର ଉନ୍ନତିକରଣ ସହ ସ୍କୁଲ ପରିବେଶକୁ ସମ୍ପୂର୍ଣ୍ଣ ନୂଆ ରୂପ ଦେବା ପାଇଁ 5-T ଓ ମୋ ସରକାର ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ ତଥା ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଗୁରୁତ୍ୱ ଦିଆଯାଉଛି । ହାଇସ୍କୁଲରେ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା ସହ ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଉଛି । ସୁନ୍ଦରଗଡ଼ ଜିଲ୍ଲାରେ ସରକାରୀ, ଅନୁଦାନପ୍ରାପ୍ତ ଓ ଟିଆର୍ଡବ୍ଲ୍ୟୁ ହାଇସ୍କୁଲକୁ ମିଶାଇ ମୋଟ ୩୮୩ଟି ସ୍କୁଲ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ହାତକୁ ନିଆଯାଇଛି । ରାଉରକେଲା ସହରର ପାନୀୟ ଜଳ ସମସ୍ୟାର ସମାଧାନ କରିବା ସହ ବୃହତ ଜଳସେଚନ ପ୍ରକଳ୍ପ ହମିରପୁର କୋଏଲ ବ୍ୟାରେଜ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାସହ ସୁନ୍ଦରଗଡ଼ ଜିଲ୍ଲାର କିଞ୍ଜିରିମା ଠାରେ ଜଳ ସଂରକ୍ଷଣ ଓ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୧ କୋଟି ୫୩ ଲଷ ଟଙ୍କା ମଞ୍ଜୁର କରିଥିବା 5-T ସଚିବ ଭିସି ମାଧ୍ୟମରେ ଗତ ଜୁଲାଇ ୬ ତାରିଖରେ ସୂଚନା ଦେଇଥିଲେ ।
କମ୍ୟୁନିଟି ସେଣ୍ଟରରେ ଲାଗିଲା ନିଆଁ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
ସମ୍ବଲପୁର: ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗିବା ଫଳରେ ନଷ୍ଟ ହୋଇଯାଇଛି ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି । ଆନନ୍ଦ ବିହାରସ୍ଥିତ ପାର୍କ ନିକଟରେ ଥିବା କମ୍ୟୁନିଟି ସେଣ୍ଟରରେ ଲାଗିଲା ନିଆଁ । ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସବୁ ପୋଡି ଛାରଖାର ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଥିଲା

ଏଥିସହିତ ପଢ଼ନ୍ତୁ: ନନ୍ଦନକାନନରେ ଗଡିବ ଟଏ ଟ୍ରେନ, ମଜ୍ଜା ନେବେ ପର୍ଯ୍ୟଟକ
ଭୁବନେଶ୍ୱରରେ ଡରାଉଛି ଡେଙ୍ଗୁ, 24ଘଣ୍ଟାରେ 36 ଆକ୍ରାନ୍ତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ଆତଙ୍କ । ପ୍ରତିଦିନ ଭୁବନେଶ୍ବରରେ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ 24ଘଣ୍ଟାରେ ଭୁବନେଶ୍ୱରରେ 36ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା 831କୁ ବୃଦ୍ଧି ପାଇଛି । ଡେଙ୍ଗୁରୁ ରକ୍ଷା ପାଇବା ପାଇଁ ବିଏମ୍ସି ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ।
ସହରର ବିଭିନ୍ନ ସ୍ଥାନରେ ସଫେଇ ସହ ସଚେତନତା ରଥ ମାଧ୍ୟମରେ ଲୋକଙ୍କୁ ସଚେତନ କରୁଛି ବିଏମ୍ସି । ଗତ 24 ଘଣ୍ଟାରେ 7 ହଜାର 2 ଶହ 66ଟି ଘରେ ମୋଟ 30ହଜାର 628 ଲୋକଙ୍କ ଠାରୁ ତଥ୍ୟ ସଂଗ୍ରହ କରାଯାଇଛି । 23 ହଜାର 5 ଶହ 77ଟି ସମ୍ଭାବ୍ୟ ମଶା ବୃଦ୍ଧି ସ୍ଥାନକୁ ହଟେଇବା ସହ 23 ହଜାର 2 ଶହ 93ଟି ସ୍ଥାନରେ ମଶାର ଲାର୍ଭାକୁ ଚିହ୍ନଟ କରି ନଷ୍ଟ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
ଅକ୍ଟୋବରରୁ ପିଲାଙ୍କୁ ଟିକା, ୧୨ରୁ ୧୮ ବର୍ଷ ବୟସ୍କଙ୍କୁ ଦିଆଯିବ ଭ୍ୟାକ୍ସିନ
ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବରରୁ ପିଲାଙ୍କୁ ଦିଆଯିବ ଟିକା । ୧୨ରୁ ୧୮ ବର୍ଷ ବୟସ୍କଙ୍କୁ ଟିକା ଦିଆଯିବ ବୋଲି କହିଛନ୍ତି ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ମୁଖ୍ୟ ଅଦାର ପୁନାଓ୍ବାଲା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଆଲୋଚନା ପରେ ଏହି ଘୋଷଣା କରିଛନ୍ତି ପୁନାଓ୍ବାଲା ।
ସେ କହିଛନ୍ତି ଯେ, ଆସନ୍ତା ବର୍ଷ ପ୍ରଥମ ତିନି ମାସ ଭିତରେ ୧୨ବର୍ଷରୁ କମ ବୟସ୍କଙ୍କ ଲାଗି ଟିକା ଉପଲବ୍ଧ ହେବ । ଟିକା ପ୍ରସଙ୍ଗରେ ପୁନାଓ୍ବାଲା କେନ୍ଦ୍ର ଗୃହମନ୍ତ୍ରୀ ଶାହାଙ୍କ ସହ ସବିଶେଷ ଆଲୋଚନା କରିବା ପରେ କହିଛନ୍ତି- ଟିକା ଉତ୍ପାଦନ ନେଇ କୌଣସି ପ୍ରକାର ଆର୍ଥିକ ସଙ୍କଟ ନାହିଁ ।
ଚଳିତ ମାସରେ ସେରମ ଇନଷ୍ଟିଚ୍ୟୁଟ ୧୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କ କ୍ଷେତ୍ରରେ କୋଭାଭାକ୍ସର ଟ୍ରାଏଲ କରାଯିବ । ୧୨ରୁ ୧୭ ବର୍ଷ ବୟସ୍କ ୪୬୦ ପିଲା ଓ ୨ରୁ ୧୧ ବର୍ଷ ବୟସ୍କ ଆଉ ୪୬୦ ପିଲାଙ୍କ କ୍ଷେତ୍ରରେ ଟ୍ରାଏଲ କରାଯିବ । ପୂର୍ବରୁ ପିଲାଙ୍କ କ୍ଷେତ୍ରରେ ଭାରତୀୟ ଟିକା ପ୍ରସ୍ତୁତକାରୀ କମ୍ପାନୀ ଭାରତ ବାୟୋଟେକ କୋଭାକ୍ସିନ ଓ ଜାଇଡସ କାଡିଲାର ଟ୍ରାଏଲ ଆରମ୍ଭ କରିଛି ।
ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ଶକ୍ତି ବିଭାଗର ଅନଲାଇନ ସେବା
ଭୁବନେଶ୍ୱର: ଶକ୍ତି ବିଭାଗର ଅନଲାଇନ ସେବାର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନଲାଇନ ସେବାର ଶୁଭାରମ୍ଭ କରିଛନ୍ତି । 5T କାର୍ଯ୍ୟକ୍ରମ ଅଧିନରେ ୯ଟି ସେବା ଅନଲାଇନରେ ଉପଲବ୍ଧ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସବୁ କ୍ଷେତ୍ରରେ ରୂପାନ୍ତରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଅନଲାଇନ ସେବା ଦ୍ୱାରା ଶିଳ୍ପାନୁଷ୍ଠାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଉପକୃତ ହେବେ । ଡିଜିଟାଲ ରୂପାନ୍ତରଣରେ ଲୋକଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ଅନଲାଇନ ସେବାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାଧାରଣ ଲୋକଙ୍କ ହାତପାହାନ୍ତାରେ ପହଞ୍ଚିପାରିବ ସେବା ।
ଏଣିକି ଅନଲାଇନରେ ବୈଦ୍ୟୁତିକ ଲାଇସେନ୍ସ ଆବେଦନ ଓ ନବୀକରଣ କରାଯିବ । ସେହିପରି ଇଲେକ୍ଟ୍ରିକାଲ ଡ୍ରଇଁକୁ ଅନୁମତି , ଜରୁରୀକାଳୀନ ଅନୁଧ୍ୟାନ ରିପୋର୍ଟ , ସ୍ବଲ୍ପକାଳୀନ ଲାଇସେନ୍ନ ପ୍ରଦାନ ଆଦି ବ୍ୟବସ୍ଥା ଅନଲାଇନ ଯୋଗେ ହୋଇପାରିବ । କାର୍ଯ୍ୟକ୍ରମରେ ସାମିଲ ହୋଇ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗର ବିଭିନ୍ନ ଯୋଜନା ଓ ଉପଲବ୍ଧି ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମକୁ ୫ଟି ସଚିବ ଭି.କେ ପାଣ୍ଡିଆନ ପରିଚାଳନା କରିଥିବା ବେଳେ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି. କେ ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

