ବଢ଼ୁଛି ସଂକ୍ରମଣ, ଖୁବଶୀଘ୍ର ସହରରେ ଲାଗୁ ହେବ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ଭୁବନେଶ୍ୱରରେ ଆରମ୍ଭ ହେବ କଣ୍ଟେନମେଣ୍ଟ ଜୋନ୍ । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୦୪୪ ଜଣ ଆକ୍ରାନ୍ତ ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ଅଞ୍ଚଳର ତାଲିକା ପ୍ରସ୍ତୁତ କରିଛି ବିଏମସି । ଅଧିକ ସ୍କ୍ୱାଡ ଗଠନ ସହ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯିବ । ଏନେଇ ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।

BMC To Declare Some Area As Containment Zone After Covid Case Surges

ସେହିଭଳି ସଂକ୍ରମଣ ବଢୁଥିବାରୁ ଚିନ୍ତା ବଢୁଛି । ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ତ୍ୱରାନ୍ୱିତ କରାଯାଇଛି । ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବିଏମସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି । କିଛି ନିଷ୍ପତ୍ତି ହୋଇନି ତଥାପି କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ । କୋଭିଡ ସଚେତକଙ୍କୁ ସକ୍ରିୟ ସହ ଜନସମ୍ପର୍କ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି । ସପ୍ତାହନ୍ତ ସଟଡାଉନ ପୂର୍ବଦିନ ଓ ପରଦିନ ଅର୍ଥାତ ଶୁକ୍ରବାର ଓ ସୋମବାର ଲୋକେ କଟକଣା ଖିଲାପ କରୁଛନ୍ତି । ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନର ।

Leave a Reply