ଆଜିଠୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ବିଧାନସଭାର ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍‌ ଅଧିବେଶନ ଆରମ୍ଭ ହେବ । ଚଳିତ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି । ୧୪ ଦିନ ବଜେଟ ଉପରେ ଆଲୋଚନା ହେବ । ୪ ଦିନ ସରକାରୀ ଓ ୪ ଦିନ ବେସରକାରୀ ଦିବସ ରହିଛି । ଅଧିବେଶନ ସମୟରେ ସବୁ ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି ।

ଅନ୍ୟପଟେ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବସିଥିଲା ସର୍ବଦଳୀୟ ବୈଠକ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ,  କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ଯୋଗଦେଇଥିଲେ ।

ଏଥିସହ ବିଜେଡି, ବିଜେପି, କଂଗ୍ରେସ ଓ ଅନ୍ୟ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ  । ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ବିଧାନସଭାକୁ ପେପରଲେସ୍‌ କରିବାକୁ ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି । ଏଥିସହ ଉପସ୍ଥାନ ବଢ଼ିବା ସହ ଗୃହକୁ ସ୍ୱାଭାବିକ ଭାବେ ସୁପରିଚାଳନା କରିବା ପାଇଁ ଆଲୋଚନା ହୋଇଛି ।

Leave a Reply