ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା

ଭୁବନେଶ୍ବର: ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକସ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ରାଜ୍ୟରେ ସୀମା ପୁନଃନିର୍ଦ୍ଧାରଣ, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା, ମହାନଦୀ ପରି ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ ।

ସେହିପରି ଶାସକ ଦଳ ମଧ୍ୟ ବହୁ ପ୍ରସଂଗ ଉଠାଇପାରେ । ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ଖଣି ଇସ୍ପାତ ଓ ପରିବହନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି  । ତେବେ କଂଗ୍ରେସ ପ୍ରଶ୍ନକାଳକୁ ବୟକଟ କରିବ ନାଁ ପ୍ରତିବାଦ ଜାରି ରହିବ ତାକୁ ନେଇ ସସ୍ ପେନ୍ସ ଜାରି ରହିଛି ।