ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ, କୋଭିଡ କଟକଣାରେ ଚାଲିବ ଗୃହ

1 min read

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ । ଚଳିତ ବଜେଟ ଅଧିବେଶନ ବି ସଂପୂର୍ଣ୍ଣ କୋଭିଡ କଟକଣାରେ ବିଧାନସଭା ଚାଲିବ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ ଓ ସାମ୍ବାଦିକମାନଙ୍କର କରୋନା ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି । ଗତକାଲିଠାରୁ ସମସ୍ତଙ୍କର କରୋନା ଟେଷ୍ଟିଂ କରାଯାଉଛି । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍ ଆସିବ ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ । ପୂର୍ବ ଅଧିବେଶନ ପରି ଦୁଇଟି ପର୍ଯ୍ୟାୟରେ ମୋଟ ୫ ଘଣ୍ଟା ଗୃହ କାର୍ଯ୍ୟ ଚାଲିବ ।

ବିଧାନସଭାର କାର୍ଯ୍ୟସୂଚୀ ଅନୁସାରେ ମୁଖ୍ୟ ବିରୋଧି ବିଜେପି ୩ଟି ମୁଲତବୀ ପ୍ରସ୍ତାବ ଓ କଂଗ୍ରେସ ୨ଟି ମୁଲତବୀ ପ୍ରସ୍ତାବ ଆଣିପାରିବେ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ୨୫, ୨୬ ଓ ୨୮ ତାରିଖ ୩ ଦିନ ଧରି ଗୃହରେ ଆଲୋଚନା କରାଯିବ । ୩୦ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଉପସ୍ଥାପନ କରିବେ । ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ଜରିଆରେ ଗୃହରେ ବ୍ୟୟ ମଞ୍ଜୁର ବିଲ ପାରିତ କରାଯିବ ।