ଆଜିଠୁ ଖୋଲିବ ବିୟୁଟି ପାର୍ଲର-ସ୍ପା ଓ ଜିମ୍ ସେଣ୍ଟର, ଗଡ଼ିବ ବସ୍

1 min read

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ଆଂଶିକ ଲାକଡାଉନ୍ । ଖୋଲିବ ବିୟୁଟି ପାର୍ଲର, ସ୍ପା ଓ ଜିମ୍ ସେଣ୍ଟର । ବିନା ଦର୍ଶକରେ ଆୟୋଜିତ ହୋଇପାରିବ କ୍ରୀଡା ପ୍ରତିଯୋଗିତା । ସେହିଭଳି ଆଉଟ୍ ଡୋର ଓ ଇନ୍ ଡୋର ସୁଟିଂକୁ ଅନୁମତି ମିଳିଛି । କୃଷି, ଶିଳ୍ପ ପ୍ରତିଷ୍ଠାନ ସହିତ ପୂର୍ବରୁ ଅନୁମତି ଦିଆଯାଇଥିବା କାମ ଜାରି ରହିବ । ହେଲେ ପାର୍କ, ସିନେମା ହଲ୍, ମେଳା, ଯାତ୍ରା, ମଲ୍ ଖୋଲିବ ନାହିଁ । ବିବାହ, ଅନ୍ତ୍ୟେଷ୍ଟିରେ ପୂର୍ବଭଳି କଟକଣା ବଳବତ୍ତର ରହିବ ।

ସ୍କୁଲ, କଲେଜ, କୋଚିଂ ସେଣ୍ଟର ବନ୍ଦ ରହିବ । ବାର୍ ବନ୍ଦ ରହିବ । ରେସ୍ତୋରାଁରେ ଖାଇପାରିବେନାହିଁ, କେବଳ ହୋମ ଡେଲିଭରିକୁ ଅନୁମତି ଦିଆଯାଇଛି । ପୂର୍ବ ବ୍ୟବସ୍ଥା ଅନୁଯାୟୀ ଦୁଇ ଭାଗରେ ରାଜ୍ୟକୁ ବିଭକ୍ତ କରାଯାଇଛି । କ୍ୟାଟେଗୋରୀ-ଏ ରେ ୨୦ଟି ଜିଲ୍ଲାଥିବା ବେଳେ କ୍ୟାଟେଗୋରୀ-ବିରେ ୧୦ଟି ଜିଲ୍ଲା ରହିଛି । କ୍ୟାଟେଗୋରୀ-ଏରେ ଥିବା ୨୦ ଜିଲ୍ଲାରେ ହାଟବଜାର ସବୁଦିନ ସକାଳ ୬ରୁ ରାତି ୮ଟା ଯାଏ ଖୋଲା ରହିବ ।

ଏହା ପରେ ନାଇଟ କର୍ଫ୍ୟୁ ରାତି ୮ରୁ ସକାଳ ୬ଟା ବଳବତ୍ତର ରହିବ । କ୍ୟାଟେଗୋରୀ-ବି ରେ ଥିବା ୧୦ ଜିଲ୍ଲାରେ ଏବେ ସକାଳ ୬ରୁ ସନ୍ଧ୍ୟା ୫ଟା ଯାଏ ଦୋକାନ ବଜାର ଖୋଲା ରହିବ । ତେବେ ଏହି ୧୦ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବା ସହ ନାଇଟ କର୍ଫ୍ୟୁ ସନ୍ଧ୍ୟା ୫ରୁ ସକାଳ ୬ ଯାଏ ଲାଗୁ କରାଯିବ । ରାଜ୍ୟ ସରକାର ଆସନ୍ତା ୧୫ ଦିନ ପାଇଁ କୋଭିଡ୍ ଗାଇଡ୍ ଲାଇନ୍ ଜାରି କରି ଏପରି ଘୋଷଣା କରିଛନ୍ତି । ଆଉ ଦୁଇ ସପ୍ତାହ ରାଜ୍ୟରେ ଜାରି ରହିବ ଆଂଶିକ ଲକଡାଉନ୍ ।

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner