ନଭେମ୍ବର ୮ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିଲା ବସ୍ ଧର୍ମଘଟ

ଭୁବନେଶ୍ବର: ନଭେମ୍ବର ୮ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିଲା ବସ୍ ଧର୍ମଘଟ । ବସ ଧର୍ମଘଟ ସ୍ଥଗିତ ନେଇ ଅଲ୍ ଓଡିଶା ବସ୍ ମାଲିକ ସଂଘ ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ସରକାରଙ୍କୁ ସଂଘ ଦାବି ସମ୍ପର୍କରେ ଅବଗତ କରିଛି । ସରକାରଙ୍କ ସହଯୋଗରେ ସମସ୍ୟାର ସମାଧାନ କରିବାକୁ ଅନୁରୋଧ କରିଛି । ଆସନ୍ତା ୮ ତାରିଖରେ ଭବାନୀପାଟଣାରେ ବସ ମାଲିକ ସଂଘର ବୈଠକ ବସିବ । ସେଠାରେ ଆଗାମୀ କାର୍ଯ୍ୟପନ୍ଥା ନେଇ ନିଷ୍ପତ୍ତି ନିଆଯିବ ବୋଲି ଅଲ୍ ଓଡିଶା ବସ୍ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ କହିଛନ୍ତି ।