ମାତ୍ର ୭ଦିନରେ ଅଭିଯୋଗର ସମାଧାନ ନବରଙ୍ଗପୁରବାସୀଙ୍କ ପାଇଁ ଏକ ବିରଳ ଅନୁଭବ

1 min read

୫ମ ପାଳିରେ ମା’ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସୁନ୍ଦର ଉପହାର 

– ୫ ଟଙ୍କାରେ ଆହାର,

– ମମତା ଯୋଜନାରେ ଗର୍ଭବତୀ ମା’ ମାନଙ୍କୁ ୫ ହଜାର ଟଙ୍କା ସହାୟତା,

– ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ ମାନଙ୍କୁ ୫ ଟଙ୍କାରେ ବସରେ ଯିବାଆସିବାର ସୁବିଧା,

– ମିଶନ ଶକ୍ତିରେ ମା’ ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ,

– ତା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବା ବେଳେ ମା’ ମାନଙ୍କ ପାଇଁ ଆଉ ଅଧିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।

ଭୁବନେଶ୍ୱର : – ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ କଳାହାଣ୍ଡି ଜିଲ୍ଲାର  ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୫୫ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୁନାଗଡ, ଲାଞ୍ଜିଗଡ, ନର୍‌ଲା, ଧର୍ମଗଡ, ଭବାନିପାଟଣା  । ଏହିସବୁ ନିର୍ବାଚନମଣ୍ଡଳୀର ୧୩ଟି ବ୍ଲକ୍‌‌ର ୩୧୦ଟି  ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ। ସେହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ ।

ଏଥିରେ ୧୦ଟି ବ୍ଲକ୍‌ର ୧୮୯ଟି   ଗ୍ରାମପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ। ଆଜିର କାର୍ଯ୍ୟକ୍ରମ ପାଇଁ କଳାହାଣ୍ଡି ଜିଲ୍ଲାର ୫ଟି ଓ ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ।

ଏହି ଖବର ପଢନ୍ତୁ : ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟର ୫୮ଟି କେନ୍ଦ୍ରରେ ପରୀକ୍ଷା ଆରମ୍ଭ

ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।