ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଏବଂ ବିଶ୍ବକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

1 min read

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପ୍ରଧାନମନ୍ତ୍ରୀ ଇ-ବସ ସେବା ଏବଂ ବିଶ୍ବକର୍ମା ଯୋଜନାକୁ ଅନୁମୋଦନ କରାଯାଇଛି । ବିଶ୍ବକର୍ମା ଯୋଜନାରେ ଉପକୃତ ହେବେ କୌଳିକ ବୃତ୍ତି କରୁଥିବା ଲୋକେ । ଏହା ଦ୍ୱାରା ହିତାଧିକାରୀଙ୍କୁ ୧ଲକ୍ଷ ଯାଏଁ ଋଣ ମିଳିବାର ଯୋଜନା ରହିଛି । ବିଶେଷ କରି ସୁନାରୀ, ବୁଣାକାର, ରାଜମିସ୍ତ୍ରୀ, ବାରିକ ଏବଂ ଅନ୍ୟ କୁଶଳୀ କାରିଗରଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ଏହି ଯୋଜନା । ଏହା ସେମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଏହାକୁ ବିଶ୍ୱକର୍ମା ଜୟନ୍ତିଠାରୁ କାର୍ଯ୍ୟକାରୀ କରାଯିବ ବୋଲି ସ୍ୱାଧୀନତା ଦିବସରେ ମୋଦୀ ଘୋଷଣା କରିଛନ୍ତି । ୧୩ରୁ ୧୫ ହଜାର କୋଟି ଟଙ୍କାରୁ ଏହି ଯୋଜନା ଆରମ୍ଭ ହେବ ।

ପି.ଏମ ଇ-ବସ୍ ସେବା ଅଧିନରେ ଦଶ ହଜାର ଇଲେକ୍ଟ୍ରି ବସ ଚଳାଚଳ କରିବ । ଦେଶର ଶହେଟି ସହରରେ ଏହି ବସ ଚଳାଚଳ କରିବ । ଏଥିପାଇଁ ୫୭ହଜାର ୬୧୩ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି । ଇଲେକ୍ଟ୍ରୋନିକ୍ ବସ୍ ସେବା ନେଇ କ୍ୟାବିନେଟ୍ରେ ମଂଜୁରୀ ପରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ।