spot_img

Latest Posts

୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ

ଭୁବନେଶ୍ବର : ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସମ୍ପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଳିତ ଭାବେ ଲାଗୁ କରିବାକୁ ରାଜ୍ୟ ସରକାର ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ଏହି ନୂଆ ସମନ୍ୱିତ ଯୋଜନାରେ ପ୍ରାୟ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳା ସଦସ୍ୟ ମାନେ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା ସୁବିଧା ପାଇବେ। ଏହାସହ, ୭୦ ବର୍ଷରୁ ଅଧିକ ଆର୍ଥିକ ବର୍ଗ ନିର୍ବିଶେଷରେ, ସମସ୍ତ ବ୍ୟକ୍ତିଙ୍କ ପାଇଁ ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନା ଲାଗୁ କରାଯିବ। ସେହିପରି ଖଣି କାର୍ଯ୍ୟ ଯୋଗୁଁ ଖଣି ଅଞ୍ଚଳରେ କ୍ଷତିଗ୍ରସ୍ତ ପରିବାରକୁ ଆଶ୍ୱସ୍ତି ଦେବା ପାଇଁ ଓଡ଼ିଶା ଜିଲ୍ଲା ଖଣିଜ ଫାଉଣ୍ଡେସନ ନିୟମ-୨୦୧୫ ପ୍ରଣୟନ କରାଯାଇଥିଲା। ଖଣି ଅଞ୍ଚଳରେ ରହୁଥିବା ପରିବାର ମାନେ କେବଳ ଜମି ନୁହେଁ ବରଂ ତାଙ୍କର ଜୀବିକା ଓ ତାଙ୍କର ପରିଚୟ ମଧ୍ୟ ହରାଇଛନ୍ତି । ଖଣି କାର୍ଯ୍ୟ ଫଳରେ ଉପୁଜୁଥିବା ପରିବେଶ ଅବକ୍ଷୟ ଯୋଗୁଁ ସେମାନେ ଏହାର ନକାରାତ୍ମକ ପ୍ରଭାବର ସମ୍ମୁଖୀନ ମଧ୍ୟ ହେଉଛନ୍ତି । ପ୍ରତିକୂଳ ପ୍ରଭାବରୁ ମୁକୁଳିବା ପାଇଁ ଜିଲ୍ଲା ଖଣିଜ ଫାଉଣ୍ଡେସନ ପାଣ୍ଠି ଗଠନ କରାଯାଇଥିଲା । ଏହି ପାଣ୍ଠି ପ୍ରଭାବିତ ଅଞ୍ଚଳରେ ରହୁଥିବା ପରିବାରର ହିତ ପାଇଁ ବ୍ୟବହୃତ ହେଉଅଛି । ଏହି ବ୍ୟବସ୍ଥା ଗୁଡ଼ିକୁ ଅଧିକ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାର ପ୍ରଚଳିତ DMF ନିୟମରେ ଆବଶ୍ୟକ ସଂଶୋଧନ କରିଛନ୍ତି ।  ଭାବିତ ଅଞ୍ଚଳରେ କାର୍ଯ୍ୟ ତାଲିକା କେବଳ DMF ଟ୍ରଷ୍ଟ ନିର୍ଦ୍ଧାରଣ କରିବ ଏବଂ ଏହାକୁ ଅନ୍ୟ କେହି  ନିର୍ଦ୍ଧାରଣ କିମ୍ବା ହସ୍ତକ୍ଷେପ କରିପାରିବେ ନାହିଁ । ସେହିପରି ଖଣି ପ୍ରଭାବିତ ପରିବାରର ସ୍ୱାର୍ଥରକ୍ଷା ପାଇଁ ପୂର୍ବ ନିୟମ ତୁଳନାରେ ଅନେକ ଉନ୍ନତି କରାଯାଇଛି । ଓଡ଼ିଶା ବେସାମରିକ ସେବା ନିୟମ, ୨୦୨୦ ନିୟମ ଲାଗୁହେବା ପୂର୍ବରୁ ଯେଉଁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ପରିବାର ପାଇଁ ୧୯୯୦ ନିୟମ ଲାଗୁହେବ ଏବଂ ଥଇଥାନ ସହାୟତା ଯୋଜନାରେ ୧୯୯୦ ନିୟମ ଅନୁଯାୟୀ ନିଯୁକ୍ତି ପ୍ରଦାନ କରାଯିବ । ସେହିପରି ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ର ପ୍ରସ୍ତାବକୁ ଅନୁମୋଦନ  କରିଛି କ୍ୟାବିନେଟ। ଏହାସହ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ ୨୦୨୫କୁ ଅନୁମୋଦନ କରାଯାଇଛି। ବକେୟା ଜଳକର ଆଦାୟ କରିବା ପାଇଁ ଜଳ ସମ୍ପଦ ବିଭାଗ ଦ୍ଵାରା ଆଗତ ଏକକାଳୀନ ସମାଧାନ ଯୋଜନା ର ଅବଧି ୩୧ ମେ ୨୦୨୫ ପର୍ଯ୍ୟନ୍ତ ବର୍ଦ୍ଧିତ କରିବା ପାଇଁ ନିଷ୍ପତି ନିଆଗଲା । ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ପରିସରକୁ ବ୍ୟାପକ କରିବା ପାଇଁ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଯେଉଁ ବ୍ୟକ୍ତିଙ୍କର ୧ ଏକରର ୨୫ ଭାଗରୁ ଏକ ଭାଗ ଠାରୁ କମ ପରିମାଣର ଘରବାରି ଜମି ଥିବ, ସେହି ବ୍ୟକ୍ତି ମଧ୍ୟ ଘରବାରିହୀନ ବ୍ୟକ୍ତି ଭାବରେ ପରିଗଣିତ ହେବେ। ଏବଂ ୧ ଏକରର ୨୫ ଭାଗରୁ ଏକ ଭାଗ ଠାରୁ ତାଙ୍କର ଯେତିକି ଜମି କମ୍ ଅଛି, ତାଙ୍କୁ ସମପରିମାଣର ଜମି ତାଙ୍କୁ ଯୋଗାଇ ଦିଆଯିବ। ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Latest Posts

Don't Miss