ନିର୍ବାଚନ ପୂର୍ବରୁ ନିଜର ଅପରାଧିକ ପୃଷ୍ଠଭୂମି ନେଇ ଅବଗତ କରାଇବେ ପ୍ରାର୍ଥୀ

Election Commission Campaign Guidelines For West Bengal Election-2021

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ନିଜର ଅପରାଧିକ ପୃଷ୍ଠଭୂମି ନେଇ ଅବଗତ କରାଇବେ ପ୍ରାର୍ଥୀ । ଏନେଇ ଭାରତ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି । ପରିବର୍ତ୍ତିତ ନିର୍ଦ୍ଦେଶାନୁସାରା ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ଅପରାଧପ୍ରବଣ ପୃଷ୍ଠଭୂମି ସମ୍ପର୍କରେ ଛାପା ଓ ବୈଦୁତିକ ଗଣମାଧ୍ୟମ ଜରିଆରେ ପ୍ରଚାରପ୍ରସାର କରାଇବେ ।

ପ୍ରଥମ ପର୍ଯ୍ୟାୟ ପ୍ରଚାରପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନ ପତ୍ର ପ୍ରତ୍ୟାହାରର ପ୍ରଥମ ଚାରି ଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ପ୍ରସାର ନାମାଙ୍କନ ପତ୍ର ପ୍ରତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ କରିପାରିବେ । ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନ ପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ପ୍ରଚାରର ଶେଷଦିନ ମଧ୍ୟରେ ଅର୍ଥାତ୍ ଭୋଟ୍ ଗ୍ରହଣର ଦୁଇଦିନ ପୂର୍ବରୁ କରାଇବେ ।

ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀମାନଙ୍କ କ୍ଷେତ୍ରରେ ମଧ୍ୟ ଅନୁରୂପ ଭାବେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ପ୍ରାର୍ଥୀଙ୍କର ଅପରାଧ ପ୍ରବଣ ସମ୍ପର୍କରେ ପ୍ରଚାର ପ୍ରସାର କରାଇବା ନିମନ୍ତେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛି ।

Leave a Reply