ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍, ଦିଲ୍ଲୀ NCR ସହ ୨୦ଟି ସ୍ଥାନରେ ଛାନବିନ୍
1 min readନୂଆଦିଲ୍ଲୀ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କ ଘରେ ସିବିଆଇ ରେଡ୍ । ଅବକାରୀ ନୀତିକୁ ନେଇ ସିବିଆଇ ରେଡ୍ ହୋଇଛି । ଅବକାରୀ ନୀତିକୁ ନେଇ ଦିଲ୍ଲୀ ଉପରାଜ୍ୟପାଳ ସିବିଆଇ ଯାଞ୍ଚ କରିବାକୁ ସୁପାରିଶ କରିଥିଲେ । ଆଜି ଦିଲ୍ଲୀ ଏନସିଆର ସହ ୨୦ଟି ସ୍ଥାନରେ ଚଢ଼ାଉ କରିଛି ସିବିଆଇ । ସିବିଆଇ ରେଡ୍ ନେଇ ସୂଚନା ଦେଇଛନ୍ତି ନିଜେ ମନୀଷ ସିସୋଦିଆ । ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନ ସେ ସ୍ୱାଗତ କରିଛନ୍ତି । ପରୋକ୍ଷରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଯିଏ ଭଲ କାମ କରେ ତା’ ବିରୋଧରେ ଏପରି ଷଡ଼ଯନ୍ତ୍ର ହୁଏ ।
सीबीआई आई है. उनका स्वागत है. हम कट्टर ईमानदार हैं . लाखों बच्चों का भविष्य बना रहे हैं.
बहुत ही दुर्भाग्यपूर्ण है कि हमारे देश में जो अच्छा काम करता है उसे इसी तरह परेशान किया जाता है. इसीलिए हमारा देश अभी तक नम्बर-1 नहीं बन पाया.
— Manish Sisodia (@msisodia) August 19, 2022
ଆମେ ଦିଲ୍ଲୀ ପାଇଁ ନିଷ୍ଠାର ସହ କାମ କରୁଛୁ । ଏଠିକାର ଲକ୍ଷ ଲକ୍ଷ ପିଲାଙ୍କର ଭବିଷ୍ୟତ ଗଢ଼ୁଛୁ । ହେଲେ ଦୁର୍ଭାଗ୍ୟପୂର୍ଣ୍ଣ କଥା ହେଉଛି ଆମେ ଦେଶରେ ଯିଏ ଭଲ କାମ କରେ ତାକୁ ଏପରି ହଇରାଣ କରାଯାଏ । ଏଥିପାଇଁ ଆମ ଦେଶ ୧ ନମ୍ବର ହୋଇପାରୁନାହିଁ ବୋଲି ଟ୍ୱିଟ୍ କରି କହିଛନ୍ତି ମନୀଷ ସିସୋଦିଆ । ଦିଲ୍ଲୀରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ସବୁଠାରୁ ଭଲ ଭାବରେ କାମ କରୁଛି । ହେଲେ କିଛି ସ୍ୱାର୍ଥନ୍ୱେଷୀ ଲୋକ ଦିଲ୍ଲୀର ଏପରି ବିକାଶକୁ ସହି ପାରୁନାହାନ୍ତି । ଏଥିପାଇଁ ଦିଲ୍ଲୀର ସ୍ୱାସ୍ଥ୍ୟ ଓ ଶିକ୍ଷାମନ୍ତ୍ରୀଙ୍କୁ ଟାର୍ଗେଟ କରାଯାଇଛି । ହେଲେ କୋର୍ଟରେ ସବୁ ସତ ସାମ୍ନାକୁ ଆସିବ ବୋଲି ସିସୋଦିଆ କହିଛନ୍ତି ।