ଦୀପାବଳି ପୂର୍ବରୁ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ସରକାର କର୍ମଚାରୀମାନଙ୍କ ପାଇଁ ଖୁସି ଖବର। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ କରାଯାଇଛି।

ବର୍ଦ୍ଧିତ ଭତ୍ତା ପରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାଫଳରେ କର୍ମଚାରୀଙ୍କ ଦରମା ମଧ୍ୟ ବୃଦ୍ଧି ପାଇବ।  ୨୦୨୩ ଜାନୁୟାରୀ ଠାରୁ ଦ୍ୱିତୀୟ ଥର ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ଦେଶର ପ୍ରାୟ ୧ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହେବେ । ଏଥିରୁ ୪୮ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପ୍ରାୟ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧, ୨୦୨୩ ଠାରୁ କାର୍ଯ୍ୟକାରୀ ହେବ ଏବଂ ବକେୟା ଅର୍ଥ ପ୍ରଦାନ କରାଯିବ।