ଓଡ଼ିଶା ଦାବି ରହିଲା, ବିବାଦୀୟ NMA ବାଇ-ଲ’ ହଟିଲା
1 min read
ଭୁବନେଶ୍ୱର: ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ଲାଗି ପ୍ରସ୍ତାବିତ ବାଇ-ଲ’ । ଜାତୀୟ ସ୍ମାରକୀ ପ୍ରାଧିକରଣ ପକ୍ଷରୁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର କରାଯିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି । ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ଦାବି କରି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସାଂସଦ ଭେଟିଥିଲେ । ସାଂସଦ ଭତ୍ତୃହରି ମହତାବଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧି ମଣ୍ଡଳ କେନ୍ଦ୍ର ସଂସ୍କୃତିମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ବାଇ-ଲ’ ପ୍ରତ୍ୟାହାର ନେଇ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି ।
ओड़िसा के सांसदों ने मा सांसद @OfPinaki एवं भर्तहरि मेहताब जी के नेतृत्व में भेंट की।मैने प्रतिनिधि मंडल को बतलाया कि नोटिफिकेशन को वापिस लेने का निर्देश दे दिया है।पुरी के संबंध में जब भी कोई कार्यवाही करेंगे वह ओड़िया भाषा में आपसी सहमति से होगी @PMOIndia pic.twitter.com/oCTG3FX9YM
— Prahlad Singh Patel (मोदी का परिवार) (@prahladspatel) February 8, 2021
କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି- ପୁରୀ ଶ୍ରୀମନ୍ଦିର ଲାଗି ସମସ୍ତ ନିଷ୍ପତ୍ତି ଓଡ଼ିଆ ଭାଷାରେ ନିଆଯିବ । ଏଥିସହ କୌଣସି ପଦକ୍ଷେପ ନେବା ପୂର୍ବରୁ ଆପୋସ ବୁଝାମଣା ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ନିଶ୍ଚିତ କରିଛନ୍ତି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ସିଂହଦ୍ୱାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ- ଜଗନ୍ନାଥଙ୍କ କାର୍ଯ୍ୟରେ କେହି ବାଧା ସୃଷ୍ଟିକରିପାରିବେ ନାହିଁ । ଏନଏମଏର ପ୍ରସ୍ତାବିତ ବାଇ-ଲ’କୁ ମୁଖ୍ୟମନ୍ତ୍ରୀ ବିରୋଧ କରିଥିଲେ ।