ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ତଥା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ।

ଏହାକୁ ନଜରରେ ରଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, କଟକ, ଢ଼େଙ୍କାନାଳ, ପୁରୀ, ସୁନ୍ଦରଗଡ ଓ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ତେବେ ୨୮ ତାରିଖ ଯାଏ ପ୍ରବଳ ବର୍ଷା ଥିବାରୁ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି । ଫଳରେ ନଦୀକୂଳ ଅଞ୍ଚଳ ଲୋକମାନଙ୍କୁ ସତର୍କ ରହିବା ପାଇଁ କୁହାଯାଇଛି ।

Leave a Reply