କାଲିଠୁ ରାଜ୍ୟରେ ବଦଳିପାରେ ପାଗ, ୨ ତାରିଖରୁ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବଦଳିପାରେ ପାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପ୍ରଭାବରେ ୨ ତାରିଖରୁ ରାଜ୍ୟରେ ବର୍ଷା ହେବ। ୪ରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ବର, ନବରଙ୍ଗପୁର, କଳାହାଣ୍ଡି ଏବଂ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ରୁ ୧୧୦ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ ।

ଦୁର୍ବଳ ମୌସୁମୀ ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ପ୍ରଭାବିତ ହୋଇଛି । ଗତ ୫ ଦିନ ହେବ ସ୍ବାଭାବିକଠାରୁ ୪ରୁ ୫ ଡିଗ୍ରୀ ଉପରେ ରହିଛି ପାରଦ। ଦକ୍ଷିଣ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଗଞ୍ଜାମ ସେମତ କୋରାପୁଟ, ରାୟଗଡା, କଳାହାଣ୍ଡିରେ ସ୍ଥିତି ଉତ୍କଟ ହୋଇଛି। ଏଥିପାଇଁ ଜିଲ୍ଲା ପ୍ରଶାସନକୁ କଣ୍ଟିଜେନ୍ସି ପ୍ଲାନ ଅନୁସାରେ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।