ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ

1 min read

ପଦ୍ମପୁର: ଆହୁରି ଉଜ୍ବଳ ହେଲା ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ। ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ADM ଭାବେ ନିଯୁକ୍ତି ମିଳିଛି । ଚଭନ କୁନାଲ ଏବେ ବାଲେଶ୍ବରରେ ସବ-କଲେକ୍ଟର ଅଛନ୍ତି । ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି।

ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି । ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି  ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ ।  RDCଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ । ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ୩ଟି ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି । ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦ୍ମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି ତାହା କରିକି ଦେଖାନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପଦ୍ମପୁରବାସୀ  ।