ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଖ୍ୟାତିସଂପନ୍ନ ସେଫ୍ ବିକାଶ ଖାନ୍ନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାରେ ରହିଥିଲେ ।
ଏହି ଆଲୋଚନା ସମୟରେ ସେ ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ।
କୋଣାର୍କ ଚକ୍ର ବିଶ୍ବ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ବିକାଶ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରି ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।