ଭିଡିଓ କଲରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ଆମ ହସ୍ପିଟାଲରେ ସାମିଲ ହେଲା ଛେଣ୍ଡିପଦା CHC
1 min read
ଅନୁଗୁଳ : ମାତ୍ର ଦୁଇ ମିନିଟରେ ସମସ୍ୟାର ସମାଧାନ । ଫାଇଭ-ଟି ସଚିବ ଭି କେ ପାଣ୍ଡିଆନଙ୍କ ଅନୁଗୁଳ ଗସ୍ତବେଳେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିଥିଲେ । ସେଠାରେ ଲୋକମାନେ ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ଅନୁରୋଧ କରିଥିଲେ । ଏପରି ଦାବି ଶୁଣି ଦୁଇ ମିନିଟରେ ଦାବି ପୂରଣ ହେବ ବୋଲି କହି ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ । ସବୁ କଥା ଶୁଣିବା ପରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ତୁରନ୍ତ ଆମ ହସପିଟାଲରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।