ଆଜି ବଗରଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼: ଆଜି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠାଘରକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ବରଗଡ଼ ସହର ଠାରୁ ୧୦ କିଲୋମିଟର ଦୂର ଟୁକୁର୍ଲା ଠାରେ ୪୫ କୋଟି ବ୍ୟୟ ଅଟକଳରେ ଏହି କୋଠା ନିର୍ମାଣ ହୋଇଛି । ସହର ମଧ୍ୟରେ ଥିବା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇ ଏଠାରେ ମୁଖ୍ୟ ଚିକିତ୍ସାଳୟ ଭାବେ କାର୍ଯ୍ୟ କରିବ ।

ଏହାସହ ୫ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ସାଇନ୍ସ ପାର୍କକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ । ପରେ ଚିକିତ୍ସାଳୟର ପରିସରରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ ରଖି ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Leave a Reply