ଭାରତର ବିଜୟରେ ଉଲ୍ଲସିତ ମୁଖ୍ୟମନ୍ତ୍ରୀ, ଘରେ ବସି ଦେଖିଲେ ସମ୍ପୂର୍ଣ୍ଣ ମ୍ୟାଚ

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି  । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ  । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ବସି ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ସହ ଟ୍ୱିଟ କରି ଭାରତୀୟ ହକି ଟିମକୁ ଶୁଭେଛା ଜଣାଇଛନ୍ତି  ।

ଭାରତୀୟ ହକି ଟିମ ଇତିହାସର ପୁନରାବୃତ୍ତି କରିବା ନେଇ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ  । ଆଗାମୀ ମ୍ୟାଚରେ ଭାରତୀୟ ପୁରୁଷ ହକି ଟିମ ବେଲଜିୟମକୁ ଭେଟିବାକୁ ଯାଉଥିବାବେଳେ ନିଶ୍ଚୟ ବିଜୟ ହାସଲ କରିବ ବୋଲି ମଧ୍ୟ ଆଶା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ  । ସେହିଭଳି ଟୋକିଓ ଅଲିମ୍ପିକ୍ସରେ ଟିମ ବିଜୟ ହାସଲ କରିବା ନେଇ ଶୁଭେଛା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ  ।

ଅନ୍ୟପଟେ ଯେତେବେଳେ ଭାରତ ସହ ବ୍ରିଟେନର ମ୍ୟାଚ ଜାରି ରହିଥିଲା  । ସେତେବେଳେ ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ରହି ସମ୍ପୂର୍ଣ୍ଣ ମ୍ୟାଚକୁ ଦେଖୁଥିଲେ  । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଧ୍ୟ ଉପସ୍ଥିତ ରହିଥିଲେ  । ଯେଉଁ ସମୟରେ ଭାରତୀୟ ପୁରୁଷ ହକି ଟିମ ବ୍ରିଟେନକୁ ପରାଜୟ କରିବା ସହ ବିଜୟ ହୋଇଥିଲା, ସେହି ସମୟରେ ମୁଖ୍ୟମନ୍ତ୍ରୀ ଠିଆ ହୋଇପଡିଥିଲେ ଏବଂ ଭାରତୀୟ ଟିମକୁ ଉତ୍ସାହିତ କରିବା ସହ ତାଳି ମଧ୍ୟ ମାରିଥିଲେ  ।

୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ଅଛି । ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ । ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପ ଅଧିନାୟକ ବିରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦିପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି ।

Leave a Reply