ବିଜୁବାବୁଙ୍କ ପ୍ରିୟ ‘ଡାକୋଟା’ ଲୋକାର୍ପିତ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ସରିଲା ଅପେକ୍ଷା । ବିଜୁ ଜୟନ୍ତୀରେ ବିଜୁବାବୁଙ୍କ ପ୍ରିୟ ଡାକୋଟାକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ’ଡାକୋଟା’ ଲୋକାର୍ପିତ । ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ଦେଖିଲେ ଓଡ଼ିଶାବାସୀ । ପ୍ରବାଦ ପୁରୁଷଙ୍କ ବୀରତ୍ବର ମୁକସାକ୍ଷୀ ଡାକୋଟାକୁ ପାଖରୁ ଦେଖିବେ ଜନସାଧାରଣ । ୩୦ ମିଟର ପରିଧିର ମାର୍ବଲ୍ ଓ ଗ୍ରାନାଇଟ୍ ଖଚିତ ପ୍ଲାଟଫର୍ମ ଉପରେ ଦଣ୍ଡାୟମାନ ହୋଇଛି ବିଶାଳ ଡାକୋଟା । ଦ୍ବିତୀୟ ବିଶ୍ବଯୁଦ୍ଧ, ସ୍ବାଧୀନତା ମୁକ୍ତି ସଂଗ୍ରାମ, କାଶ୍ମୀରରେ ଅନୁପ୍ରବେଶକୁ ପ୍ରତିହତ କରିବା ପାଇଁ ବିଜୁ ବାବୁ ଯେପରି ଅଦମ୍ୟ ସାହାସ ଦେଖାଇଥିଲେ ପୂର୍ବରୁ ସେସବୁ କାଗଜ କଲମରେ କେବଳ ପଢିବାକୁ ମିଳୁଥିଲା । ଏଣିକି ବାସ୍ତବରେ ଏହାକୁ ଦେଖିବେ ଜନସାଧାରଣ ।

ଡାକୋଟାର ଇଞ୍ଜିନ, ସହିତ ଫ୍ୟୁଜ୍ ଲସ୍କୁ ମୂଳ ରଙ୍ଗ ହାଲୁକା ଗ୍ରେ ରଙ୍ଗ କରାଯାଇଛି । କୋଲକାତାରୁ ଡାକୋଟାରୁ ଆଣିବା ପରେ ବିମାନର ବହୁ ଅଂଶ ନଷ୍ଟ ହୋଇଯାଇଥିଲା । ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ବର ବିମାନବନ୍ଦର ହ୍ୟାଙ୍ଗରରେ ମରାମତି ପାଇଁ ଦିନ ରାତି ଏକ କରି ଦେଇଥିଲେ ଏଆର୍ଡିସିର ପ୍ରାୟ ୧୫୦ ଇଞ୍ଜିନିୟର । ଫେବ୍ରୁଆରୀ ୨୪ ତାରିଖରେ ବେସ୍ ଅଣାଯିବା ପରେ ଗତ ୨୮ ତାରିଖରେ ଏହାର ଡେଣା ଓ ଫ୍ୟୁଜ୍ ଲସ୍କକୁ ଖଞ୍ଜାଯାଇଛି । ଏପରିକି ନଷ୍ଟ ହୋଇଥିବା ଟାୟାରକୁ ପୁଣି ମରାମତି କରାଯାଇ ଅରିଜିନାଲ ଲୁକ୍ ଦିଆଯାଇଛି ।