ବାତ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ, ଆକାଶରୁ ଆକଳନ କଲେ କ୍ଷୟକ୍ଷତି

ଭୁବନେଶ୍ୱର: ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ୟାସ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାକୁ ହେଲିକପ୍ଟରରେ ଯୋଗେ ଯାଇ ସ୍ଥିତି ଦେଖୁଛନ୍ତି । ଆଜି 12.30 ସମୟରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ଉଡାଣ ଭରିଥିଲେ । ପରେ ବାତ୍ୟାଞ୍ଚଳ ପରିଦର୍ଶନ ଜାରି ରଖିଛନ୍ତି ।

ଗତକାଲି ମଧ୍ୟ ବାତ୍ୟା ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଆଜି ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିବା ନେଇ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଥିଲା । ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି । ଆଉ ଆଜି ବାତ୍ୟାଞ୍ଚଳ ପରିଦର୍ଶନ ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave a Reply