spot_img

Latest Posts

ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଯଶସ୍ବୀ ସାରସ୍ବତ ସାଧକ ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। କିମ୍ବଦନ୍ତୀ ସାହିତ୍ୟିକ ମନୋଜ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ମୁଁ ଅତ୍ୟନ୍ତ ଦୁଃଖିତ ଟୁଇଟ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବର୍ଗତ ମନୋଜ ଦାସଙ୍କ ଅମଳିନ ପ୍ରତିଭା ସାହିତ୍ୟ ଓ ଦର୍ଶନ ଜଗତ ପାଇଁ ସବୁବେଳେ ଏକ ଆଲୋକ ସ୍ତମ୍ଭ ହେଇ ରହିଥିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଉତ୍କଳ ଜନନୀ ତାର ଅନ୍ୟତମ ସୁଯୋଗ୍ୟ ସନ୍ତାନକୁ ହରାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ସେପଟେ ରାଷ୍ଟ୍ରୀୟ ସମ୍ମାନ ସହ  ସ୍ବର୍ଗତ ମନୋଜ ଦାସଙ୍କ ଶେଷକୃତ୍ୟ କରିବା ପାଇଁ  ଓଡ଼ିଶା ସରକାରଙ୍କ ପକ୍ଷରୁ ପଣ୍ଡିଚେରୀ ସରକାରଙ୍କୁ ଅନୁରୋଧ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସ୍ବର୍ଗତ ଦାସଙ୍କ ଶେଷକୃତ୍ୟରେ ଯୋଗ ଦେବେ।

Latest Posts

Don't Miss