ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି,ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ

ଭୁବନେଶ୍ୱର : ଦୀପାବଳିରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଭେଟି । ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆସିଛି ସୁଖଦ ଖବର । ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି । ନୂଆ ଦର ଆସନ୍ତାକାଲି ମଧ୍ୟରାତ୍ରରୁ ଲାଗୁ ହେବ । ସୂଚନାଯୋଗ୍ୟ ଯେ, କିଛି ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ମୁଲ୍ୟ ଆହେତୁକ ବୃଦ୍ଧି ହୋଇଥିଲା ,ଯାହାଦ୍ୱାରା ପନି ପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୁଲ୍ୟ ବୃଦ୍ଧି ହୋଇଛି ।
କେନ୍ଦ୍ର ସରକାର ଗତକାଲି ରାତିରେ ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ଘୋଷଣା କରିଥିଲେ । ଆଜି ରାଜ୍ୟ ସରକାରଙ୍କ ଘୋଷଣା ଦ୍ୱାରା ରାଜ୍ୟବାସୀ ଅତିରିକ୍ତ ୩ ଟଙ୍କାର ରିହାତି ପାଇବେ ।

ତେବେ ୩ଟଙ୍କାର ଏହି ଛାଡ ପାଇଁ ରାଜ୍ୟ ରାଜକୋଷ ଉପରେ ଅତିରିକ୍ତ ୧୪ଶହ କୋଟିର ଭାର ପଡିବ । କେବଳ ୩ ଟଙ୍କା ଭାଟ୍ ହ୍ରାସ ଦ୍ୱାରା ଏହି କ୍ଷତି ରାଜ୍ୟ ସରକାରଙ୍କୁ ବହନ କରିବାକୁ ପଡିବ । ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ଯୋଗୁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୭ଶହ କୋଟି ଟଙ୍କା ହରାଇବାକୁ ପଡିବ । ତେଣୁ ରାଜ୍ୟ ସରକାରଙ୍କୁ ମୋଟ ପ୍ରାୟ ୨ ହଜାର କୋଟି ଟଙ୍କାର ରାଜସ୍ୱ ହରାଇବାକୁ ପଡିବ । ତେବେ ୩ ଟଙ୍କା ଭାଟ୍ ହ୍ରାସ ରାଜ୍ୟବାସୀଙ୍କ ପାଇଁ ଏକ ବଡ ଆଶ୍ୱସ୍ତୀକର ଖବର ।

Leave a Reply