spot_img

Latest Posts

ମେ’ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ’ ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମେ’ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରୁଛି ।

Chief Minister Naveen Patnaik Will Do Departmental Review From 15th May

ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନରେ ସରକାରଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗାମୀ ମେ’ ୧୫ରୁ ୨୫ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ ।  ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି । ସଚିବ ମାନଙ୍କ ଉପସ୍ଥିତିରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟକ୍ରମର  ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ । ଏହା ସହିତ 5T ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ ।

Chief Minister Naveen Patnaik Will Do Departmental Review From 15th May

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ- ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ରରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି । ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତା’ର ହିସାବ ଲୋକଙ୍କୁ ଦେବାକୁ ହେବ । ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Chief Minister Naveen Patnaik Will Do Departmental Review From 15th May

ସୂଚନାଯୋଗ୍ୟ ଯେ, ୨୦୧୯ ମେ’ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତା’ର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ନୀତିଗତ ନିଷ୍ପତ୍ତି ନେଇଥିଲେ । ଆଗାମୀ ମେ’ ୨୯ରେ ମନ୍ତ୍ରୀ ପରିଷଦର ସ୍ୱତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ । ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତ୍ତି ନେଇଥିଲେ ।

Latest Posts

Don't Miss