ଜୟନ୍ତୀ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ସ୍ବର୍ଗତ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟନ୍ତୀଙ୍କ ଫଟୋରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସମେତ ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଭୁବନେଶ୍ବର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ସାମିଲ ହୋଇଥିଲେ । ପରିବାର ଲୋକଙ୍କ ସହ ରାଜ୍ୟର ଅନେକ ବୁଦ୍ଧିଜୀବୀ ମଧ୍ୟ ଏକାଦଶାହ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।