spot_img

Latest Posts

ବ୍ରୋଞ୍ଜ ପଦକ ଜିତିବା ପରେ ବ୍ରିଲିଆଣ୍ଟ ଇନ୍ ବ୍ଲୁ ଲେଖି ଭାରତୀୟ ହକି ଟିମକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଟିମର ଐତିହାସିକ ବିଜୟ। ଦୀର୍ଘ ୪୧ବର୍ଷ ପରେ ଦେଶକୁ ମେଡାଲ୍ ଦେଇଛି ଭାରତୀୟ ହକି ଟିମ୍। ଆଜିର ମ୍ୟାଚ୍‌ରେ ଦେଖିବାକୁ ମିଳିଥିଲା ରୋମ ଟାଙ୍କୁରା ଗେମ୍‌। ପ୍ରତିଟି ମିନିଟରେ ରୋମାଞ୍ଚକର ହେଉଥିଲା ହକି ମ୍ୟାଚ୍‌। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ବ୍ରିଲିଆଣ୍ଟ ଇନ୍ ବ୍ଲୁ ଲେଖି ଭାରତୀୟ ହକି ଟିମକୁ ପ୍ରଶଂସା କରିଛନ୍ତି ନବୀନ। ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଦଳ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। କଥା ହୋଇ ଚମତ୍କାର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଉଭୟ ପୁରୁଷ ଓ ମହିଳା ହକି ଟିମର ସ୍ପନ୍ସର ହେଉଛି ଓଡ଼ିଶା ସରକାର।

୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ରହିଛି ଖାଲି ସେତିକି ନୁହେଁ ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ। ଓଡ଼ିଶାରେ ହକିର ଉନ୍ନତି ହେବାରୁ ଆଜି ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପ ଅଧିନାୟକ ବିରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦିପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ବିଭିନ୍ନ ମହଲରୁ ପ୍ରଶଂସାର ସୁଅ।

ଶେଷ ଥର ପାଇଁ ୧୯୮୦ ମସ୍କୋ ଅଲମ୍ପିକ୍ସରେ ଭାରତୀୟ ଟିମ୍ ସେମିଫାଇନାଲରେ ପହଂଚିଥିଲା। ଆଉ ଶେଷ ଥର ପାଇଁ ମଧ୍ୟ ୧୯୮୦ ମସିହାରେ ଭାରତୀୟ ହକି ଟିମ୍ ଅଲମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ପାଇଥିଲା।

Latest Posts

Don't Miss