କାଲି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ, ବିର୍ସା ମୁଣ୍ଡା ହକି ଷ୍ଟାଡିୟମର କରିବେ ଉଦଘାଟନ
ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ ଶୁଭାରମ୍ଭ କରିବେ ନବୀନ ପଟ୍ଟନାୟକ । ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ହକି ଷ୍ଟାଡିୟମ୍ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନର ୪ଟା ସମୟରେ ଡି ଏ ଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ।
୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ । ପରେ ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ ୧୫ ମିନିଟ ରହିବେ । ଉଦଘାଟନ ଉତ୍ସବରେ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଖେଳାଳୀ, ବରିଷ୍ଠ ଖେଳାଳି ଉପସ୍ଥିତ ରହିବେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ରାଜା କ୍ରୀଡା ସଚିବ ଆର ଭିନିଲ କ୍ରୀଷ୍ଣା ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚିଛନ୍ତି ।