ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ; ବୁଲିବେ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ

ପୁରୀ : ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ନବୀନ । ଗତ ୧୭ ତାରିଖରେ ଲୋକାର୍ପିତ ହୋଇଥିଲା ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ।