ସମଲେଶ୍ୱରୀ ମନ୍ଦିର ବିକାଶ କାମର ସମୀକ୍ଷା

1 min read

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି ) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ଉଚ୍ଚ ସଚିବ ସ୍ତରୀୟ ଟିମରେ ୱାର୍କସ ବିଭାଗର ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲକ୍ରିଷ୍ଣା ସମ୍ବଲପୁର ଆସିଥିଲେ ।


​ ​ଏହି ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା ସମଲେଇଙ୍କ ଦର୍ଶନ ସହିତ ପ୍ରକଳ୍ପପାଇଁ ବିସ୍ତାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଙ୍କ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତି କୁ ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣଧୀନ କଲୋନୀକୁ ଅବସ୍ଥାପିତ କରାଯିବ । ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗେଇ ଦିଆଯିବ । ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଅଗଣିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ।

ମନ୍ଦିର ଚାରିପାଖ ବୁଲିବା ପରେ ଟିମ ଦୁର୍ଗାପାଲିଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ମାଣ କରାଯାଉଥିବା କଲୋନୀ ବୁଲି ଦେଖିଛନ୍ତି । ଏବଂ କାମ ଗୁଡ଼ିକ୍ ତୁରନ୍ତ ସାରିବା ସହ ଅନ୍ୟାନ୍ୟ ଅନୁସଙ୍ଗିକ ବ୍ୟବସ୍ଥା ଯଥାଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ । ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି  ।
​ ​ଏହି ପରିଦର୍ଶନରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ସଦର ଉପଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ସହିତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ |

ଏଥିସହିତ ପଢ଼ନ୍ତୁ: ୨୪ରେ ଭୋଟ, ୨୬ରେ ଗଣତି: ମୁତୟନ ହେବେ ୧୯୫ ପ୍ଲାଟୁନ୍ ପୋଲିସ ଫୋର୍ସ