ବୋରଓ୍ବେଲରୁ ଜୀବନ୍ତ ଉଦ୍ଧାର ହେଲା ନବଜାତ ଶିଶୁ
ସମ୍ବଲପୁର: ବୋରଓ୍ବେଲରୁ ଉଦ୍ଧାର ହେଲା ନବଜାତ ଶିଶୁ । ଦୀର୍ଘ ସମୟର ନନଷ୍ଟପ ଅପରେସନ ପରେ ଶେଷରେ ଉଦ୍ଧାର ହେଲା ଶିଶୁ । ୮ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ଅପରେସନ । ୨୦ରୁ ୨୫ ଫୁଟ ତଳେ ଥିଲା ଶିଶୁ ।
ସୂଚନା ଥାଉକି, ପରିତ୍ୟକ୍ତ ବୋରଓ୍ବେଲ ଭିତରେ ପଡ଼ିଛି ନବଜାତ ଶିଶୁ । ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକର ଲରିପାଲି ଜଙ୍ଗଲ ଭିତରେ ଥିବା ଏକ ପରିତ୍ୟକ୍ତ ବୋରଓ୍ବେଲ ଭିତରେ ନବଜାତ ଶିଶୁ ପଡ଼ିଥିବା ଜଣାପଡ଼ିଛି । ଜଙ୍ଗଲ ରାସ୍ତା ଦେଇ ଯାଉଥିବା କିଛି ଲୋକ ପ୍ରଥମେ କଅଁଳଶିଶୁର କାନ୍ଦିବା ଶୁଣି ବୋରଓ୍ବେଲ ପାଖକୁ ଯାଇଥିଲେ, ବୋରଓ୍ବେଲ ଭିତରୁ ନବଜାତ ଶିଶୁର କାନ୍ଦିବା ଶବ୍ଦ ଶୁଣି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ଦମକଳବାହିନୀ ଓ ବ୍ଲକ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । କେହି ଜାଣିଶୁଣି ନବଜାତ ଶିଶୁଟିକୁ ବୋରଓ୍ବେଲ ଭିତରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ତେବେ କିଏ ଏବଂ କାହିଁକି ଫୋପାଡ଼ିଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।
ସେପଟେ ନବଜାତକର କାନ୍ଦ ଶୁଭିବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ସ୍ଥାନୀୟ ଲୋକେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଲୋକଙ୍କ ଗହଳି ଘଟଣାସ୍ଥଳରେ ଲାଗିଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଛୁଆର କାନ୍ଦ ଜୋରରେ ଶୁଭୁଥିବାବେଳେ ଶୀଘ୍ର ଉଦ୍ଧାର ହେବେ ସେ ନେଇ ଚାଲିଛି କାର୍ଯ୍ୟ ।