spot_img

Latest Posts

ଆସନ୍ତାକାଲି ଚିଲିକାରେ ହେବ ପକ୍ଷୀ ଗଣନା

ଟାଙ୍ଗୀ: ଗୁରୁବାର ଚିଲିକାରେ ପକ୍ଷୀ ଗଣନା କରାଯିବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସକାଳ ୬ ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହେବେ । ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗଦେଇଛନ୍ତି । ପ୍ରତିବର୍ଷ ଭଳି ଚଳିତବର୍ଷ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ବ୍ୟବହାର କରାଯିବ। ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟିର ଛାତ୍ରଛାତ୍ରୀ, ଓ୍ବାଇଲଡ ଓଡ଼ିଶା ଏବଂ ଓ୍ବାଇଲଡିଜ ନାମକ ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ୩ଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟ ସାମିଲ ହୋଇଛନ୍ତି l ଗତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ଓ  ନଳବଣରେ ସର୍ବାଧିକ 3 ଲକ୍ଷ 42 ହଜାର ପକ୍ଷୀ ଥିଲେ । ସର୍ବନିମ୍ନ 2 ଟି ପକ୍ଷୀ ଲଭର ଲପଡିଙ୍ଗ ଦେଖା ଯାଇଥିଲା ।

Latest Posts

Don't Miss