ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ ହେବେ ପରବର୍ତ୍ତୀ ସିଜେଆଇ

ନୂଆଦିଲ୍ଲୀ: ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ ହେବେ ପରବର୍ତ୍ତୀ ସିଜେଆଇ। ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ। ସେ ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ। ଆସନ୍ତା ନଭେମ୍ବର ୮ ତାରିଖରେ ଅବସର ନେବେ ପ୍ରଧାନ ବିଚାରପତି ଜଷ୍ଟିସ ଲଳିତ ।

ଏହା ପୂର୍ବରୁ ଆରମ୍ଭ ହୋଇଛି ନୂତନ ବିଚାରପତି ନିଯୁକ୍ତି ପ୍ରକ୍ରିୟା । ଏଥିଯୋଗୁ ସୁପ୍ରିମକୋର୍ଟର ନୂଆ ଉତ୍ତରାଧିକାରୀ ଚୟନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଥିଲେ । ବର୍ତ୍ତମାନର ପ୍ରଧାନ ବିଚାରପତି ୟୁ ୟୁ ଲଳିତ ଆଇନ୍ ମନ୍ତ୍ରଣାଳୟକୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ନାମ ସୁପାରିସ କରିଛନ୍ତି । ଜଷ୍ଟିସ ଚନ୍ଦ୍ରଚୂଡ଼ ହେଉଛନ୍ତି ସୁପ୍ରିମକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ସେ ଆଗାମୀ ଦୁଇ ବର୍ଷ ପାଇଁ ପ୍ରଧାନ ବିଚାରପତି ଦାୟିତ୍ବରେ ରହିବେ । ନଭେମ୍ବର ୯ ତାରିଖରେ ପ୍ରଧାନବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚନ୍ଦ୍ରଚୂଡ଼ ।