ହଜାରିବାଗ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: ଝାଡ଼ଖଣ୍ଡ ହଜାରିବାଗ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତଙ୍କ ପରିବାର ପାଇଁ ଦୁଇ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି । ଏଡାସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ଘରକୁ ଫେରିବେ ସେନେଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।

ଝାଡଖଣ୍ଡ ସରକାରଙ୍କ ସହ ସମନ୍ୱୟ ରଖି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତୀର୍ଥଯାତ୍ରୀ ବସରେ ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜର ଲୋକ ଥିଲେ । ୟୁପିରୁ ତୀର୍ଥ ସାରି ବସରେ ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବସ୍ । ଦୁର୍ଘଟଣାରେ 4 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 25ରୁ ଊର୍ଦ୍ଧ୍ବ ଯାତ୍ରୀ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରୁ ୩ଜଣ ଅନୁଗୁଳ ଜିଲ୍ଲା କଣିହା ଥାନା ଅଞ୍ଚଳର । ଅନ୍ୟଜଣଙ୍କ ପରିଚୟ ମିଳିପାରିନାହିଁ ।