ସହିଦ୍ ଦେବାଶିଷଙ୍କ ପରିବାର ପାଇଁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବନ ଦେବାଶିଷ ବିଶ୍ବାଳଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅମ୍ଳାନ ସ୍ମୃତି ଉଦ୍ଦେଷ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି । ସୂଚନାଥାଉକି ଗତକାଲି ଅପରାହ୍ନରେ ସେନା ଗାଡ଼ି ଉପରକୁ ଆତଙ୍କବାଦୀମାନେ ଗୁଳିମାଡ଼ ସହ ଗ୍ରେନେଡ ମାଡ଼ କରିଥିଲେ । ଏହି ଆକ୍ରମଣରେ ୫ ଯବାନ ଶହୀଦ ହୋଇଥିଲେ । ୫ ଯବାନଙ୍କ ମଧ୍ୟରେ ସାମିଲ ଥିଲେ ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳର ଦେବାଶିଷ ବିଶ୍ୱାଳ ।