ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟାରେ ଜଳବନ୍ଦୀ ୧୨୮ ଗାଁକୁ ୭ ଦିନ ପର୍ଯ୍ୟନ୍ତ ଦିଆଯିବ ରିଲିଫ୍

CM Announces 7 days relief for all families of 128 marooned villages

ଭୁବନେଶ୍ୱର: ବାତ୍ୟା ‘ୟାସ୍’ର ପରବର୍ତ୍ତୀ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ବାତ୍ୟା ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁ ଜଳବନ୍ଦୀ ହୋଇ ରହିଛି । ଜଳବନ୍ଦୀ ହୋଇ ରହିଥିବା ୧୨୮ ଗାଁର ସମସ୍ତ ପରିବାରକୁ ୭ ଦିନ ଲାଗି ରିଲିଫ୍ ଯୋଗାଇ ଦିଆଯିବ । ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା ପରେ ଏ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

CM Announces 7 days relief for all families of 128 marooned villages

ଏଥିସହ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପ୍ରମୁଖ ରାସ୍ତା ଗୁଡ଼ିକ ୨୪ ଘଣ୍ଟାରେ ମରାମତି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ୍ ସରବରାହ ୨୪ ଘଣ୍ଟାରେ ଦିଆଯିବ । ବାତ୍ୟାର ସଫଳ ମୁକାବିଲା ଓ ପ୍ରଭାବୀ ସ୍ଥାନାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ପଞ୍ଚାୟତିରାଜ ପ୍ରତନିଧି, ଜିଲ୍ଲା ପ୍ରଶାସନ, ପୋଲିସ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ବାତ୍ୟା ସମୟରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିରବଚ୍ଛିନ୍ନ ଭାବେ ସ୍ୱାସ୍ଥ୍ୟ ସେବା ଜାରି ରଖିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି ।

Leave a Reply