ଭଦ୍ରକ ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଉନ୍ନତି ନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୭ ମହଲା ବିଶିଷ୍ଟ ହେବ ନୂଆ DHH କମ୍ପ୍ଳେକ୍ସ

1 min read

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ସରକାର କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବର ଉନ୍ନତି ପାଇଁ କେତକ ନିଷ୍ପତ୍ତି ନେଇଛନ୍ତି । ମୋ ସରକାର ଟିମ ର ଭଦ୍ରକ ଗସ୍ତ ପରେ ରୋଗୀମାନଙ୍କ ମତାମତ ଓ ଡାକ୍ତରମାନଙ୍କ ସହ ଆଲେଚନାକୁ ଭିତ୍ତି କରି ରାଜ୍ୟ ସରକାର ନିମ୍ନୋକ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଉନ୍ନତି ତଥା ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇଁ ୭ ମହଲା ବିଶିଷ୍ଟ ଏକ ନୂତନ DHH Complex ନିର୍ମାଣ କରାଯିବ । ଏଥିରେ ୩୦୦ଟି ଶଯ୍ୟା ରହିବ । ବର୍ତ୍ତମାନ ଯେଉଁ ବିଲ୍ଡିଂରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟ କରୁଛି ସେଥିରେ ୧୯୧ଟି ଶଯ୍ୟା ରହିଛି । ଅଧିକ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଏକ ଅନ୍ତରୀଣ ପଦକ୍ଷେପ ଭାବେ ଏହି ଶଯ୍ୟା ସଂଖ୍ୟା ୧୯୧ରୁ ୩୦୦କୁ ବୃଦ୍ଧି କରାଯିବ ।

ରୋଗୀମାନଙ୍କର ଆଟେଣ୍ଡାଣ୍ଟମାନଙ୍କ ପାଇଁ ୨୦ ଲକ୍ଷ ଟଙ୍କାରେ ଏକ ବିଶ୍ରାମ ଗୃହ ନିର୍ମାଣ କରାଯିବା ସହିତ ଓ.ପି.ଡି ପଞ୍ଜିକରଣ ପାଇଁ ଅଧିକ କାଉଣ୍ଟର ଖୋଲାଯିବ । ରୋଗୀ ଓ ଆଟେଣ୍ଡାଣ୍ଟ ମାନଙ୍କ ସୁବିଧା ପାଇଁ ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟରେ ପାର୍କିଂ ଏରିଆର ବିକାଶ କରାଯିବ ।

ଭଦ୍ରକ ଜିଲ୍ଲାର ସଦର ମହକୁମା ଚିକିତ୍ସାଳୟ ରୋଗୀ କଲ୍ୟାଣ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରୋଗୀ କଲ୍ୟାଣ ସମିତିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ ଲକ୍ଷ ଟଙ୍କାର ସହାୟତା ଦିଆଯିବ ।

Leave a Reply