ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
1 min readଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।
ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ କହିଛନ୍ତି- ସାମ୍ବାଦିକମାନେ ନିରବଚ୍ଛିନ୍ନ ଭାବେ ଖବର ପ୍ରସାରଣ କରି ଲୋକଙ୍କୁ ସଚେତନ କରୁଛନ୍ତି । ମହାମାରୀ କୋଭିଡ୍ ସମୟରେ ଲୋକଙ୍କ ନିକଟରେ ପ୍ରତିଟି ଖବର ସମୟରେ ପହଞ୍ଚାଉଛନ୍ତି ସାମ୍ବାଦିକ । କୋଭିଡ୍ ବିରୋଧୀ ଯୁଦ୍ଧରେ ସାମ୍ବାଦିକ ସାହାଯ୍ୟ କରୁଛନ୍ତି ।
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଏହାର ଲାଭ ପାଇବେ । ଏହି ଯୋଜନାରେ ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି ।
କୋଭିଡ୍ ସମୟରେ କାର୍ଯ୍ୟରତ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
My deepest gratitude to Hon'ble CM Shri Naveen Patnaik for declaring Working Journalists of Odisha as Frontline COVID Warriors. This will benefit them immensely. It highlights the deep commitment & strong support of Hon'ble CM Shri Naveen Patnaik & Odisha Govt. for Journalists.
— Manas Mangaraj (@manasrmangaraj) May 2, 2021
ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି । ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା ଟ୍ୱିଟ୍ କରିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।