ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା 

ଭୁବନେଶ୍ୱର: ମାଲକାନଗିରି ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ । ଚାରି ମୃତକଙ୍କ ଆତ୍ମୀୟ ସ୍ୱଜନଙ୍କ ପାଇଁ ତିନି ଲକ୍ଷ ଅନୁକମ୍ପା ସହାୟତା ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ମାଲକାନଗିରି ଚିତ୍ରକୋଣ୍ଡା ଅଞ୍ଚଳରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିଲା । ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।