ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ବିଶିଷ୍ଟ ବ୍ୟକ୍ତି ବିଶେଷ
1 min readଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ବିଶ୍ୱାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛ ।
ଅନ୍ୟ ପକ୍ଷରେ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ପରେ ଶୋକ ପ୍ରକାଶ କରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏହି ଖବର ଅତି ଦୁଃଦାୟକ । ଏପରି ସମୟକୁ ସାମ୍ନା କରିବାକୁ ପ୍ରଭୂ ଶ୍ରୀ ଜଗନ୍ନାଥ ତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି । ତାଙ୍କର ଅମରଆତ୍ମାର ସଦଗତି କାମନା କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି ।
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ଖବର ଦୁଃଖଦାୟକ। ଏପରି ସମୟକୁ ସାମ୍ନା କରିବା ପାଇଁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Pranab Prakash Das (@pranabpdas) February 25, 2022
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ହେମାନନ୍ଦଙ୍କ ଅମରଆତ୍ମାର ସଦଗତି କାମନା କରିବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି ।
ଏଥିସହିତ ପଢ଼ନ୍ତୁ: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ