ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ବିଶିଷ୍ଟ ବ୍ୟକ୍ତି ବିଶେଷ

1 min read

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ବିଶ୍ୱାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛ ।

ଅନ୍ୟ ପକ୍ଷରେ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ପରେ ଶୋକ ପ୍ରକାଶ କରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏହି ଖବର ଅତି ଦୁଃଦାୟକ । ଏପରି ସମୟକୁ ସାମ୍ନା କରିବାକୁ ପ୍ରଭୂ ଶ୍ରୀ ଜଗନ୍ନାଥ ତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି । ତାଙ୍କର ଅମରଆତ୍ମାର ସଦଗତି କାମନା କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି ।

ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ହେମାନନ୍ଦଙ୍କ ଅମରଆତ୍ମାର ସଦଗତି କାମନା କରିବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି ।

ଏଥିସହିତ ପଢ଼ନ୍ତୁ: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

 

Leave a Reply