ସହିଦ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

1 min read
CM donates Rs 25 Lakh to Jawans family Martyred in Clash With Chinese Troops

ଭୁବନେଶ୍ୱର: ସହିଦ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି । ଚୀନ୍‌-ଭାରତ ସୀମାନ୍ତ ଗଲ୍‌ବାନ ଘାଟିରେ ସଂଘର୍ଷରେ ସହିଦ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ନୁଦୁରାମ ସୋରେନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମନ୍ତ୍ରୀ ସୁଦାମ ମାରାଣ୍ଡି ୨୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ଗଲବାନ୍‌ ଘାଟିରେ କନ୍ଧମାଳ ଜିଲ୍ଲାର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଞ୍ଜ ଜିଲ୍ଲା ବଡ଼ ଚମ୍ପାଉଦାର ଯବାନ ନୁଦୁରାମ ସୋରେନ୍‌ ସହିଦ ହୋଇଥିଲେ ।

ଆଜି ଜନ୍ମମାଟିକୁ ଫେରିବ ୨ ଓଡ଼ିଆ ସହିଦଙ୍କ ପାର୍ଥିବ ଶରୀର

ଉଭୟଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ବଡ଼ ଚମ୍ପାଉଦା ଗାଁଙ୍କୁ ଯାଇ ସହିଦ ନୁଦୁରାମ ସୋରେନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ଏହି ଅବସରରେ ରାଇରଙ୍ଗପୁର ଉପଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ମୋରଡ଼ା ବିଧାୟକ ରାଜକିଶୋର ଦାସ, ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଂସଦା, କାଶୀନାଥ ହେମ୍ବ୍ରମ, ଏନ୍‌ଡିସିର ପୂର୍ବତନ ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply