ଓଡ଼ିଶାରେ U-17 ମହିଳା ବିଶ୍ୱକପ୍ ଆୟୋଜନ ଗର୍ବର ମୁହୂର୍ତ୍ତ: ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ଫୁଟବଲ୍ ଫର ଅଲ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଟ୍ ଓ କିସର ମିଳିତ ସହଯୋଗରେ ଓଡ଼ିଶାରେ ଫିଫା ଦ୍ୱାରା ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଦେଶରେ ନୂଆ ଫୁଟବଲ୍ ପ୍ରତିଭା ସୃଷ୍ଟି କରିବା । ଏହି କାର୍ଯ୍ୟକ୍ରମ ଅନୁଯାୟୀ ପ୍ରାୟ ୨ ହଜାର ସ୍କୁଲରେ ୪୩ ହଜାର ଫୁଟବଲ୍ ବଣ୍ଟନ କରାଯିବ ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ, ବିଶ୍ୱର ସବୁଠୁ ଅଧିକ ଲୋକପ୍ରିୟ ଖେଳ ଫୁଟବଲ୍ । ଭାରତରେ ଫୁଟବଲର ପ୍ରସାର ପାଇଁ ଉଦ୍ୟମ କରୁଛି ଫିଫା । ଫୁଟବଲର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ।  ମହିଳା ଫୁଟବଲର ବିକାଶ ପାଇଁ କାର୍ଯ୍ୟ ଜାରି ରହିଛି । ଭଲ ଭିତ୍ତିଭୂମି ଓ ତାମିଲ ଯୋଗୁଁ ଓଡିଶାରେ ବିଶ୍ୱକପ୍ ଆୟୋଜନ ହୋଇପାରିଛି ।

ଓଡ଼ିଶାରେ ଫିଫା U-17 ମହିଳା ବିଶ୍ୱକପ୍ ଆୟୋଜନ ଏକ ଗର୍ବର ମୁହୂର୍ତ୍ତ ।  ଏହାଦ୍ୱାରା ଓଡ଼ିଶାରେ ଫୁଟବଲର ବିକାଶ ହୋଇପାରିବ । ଓଡିଶାରେ ବିଶ୍ୱକପ୍ ଆୟୋଜନ କରିଥିବାରୁ ଫିଫାକୁ ଧନ୍ୟବାଦ । ଭବିଷ୍ୟତରେ ଫିଫା ସହ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆଗ୍ରହ ।  ସାମାଜିକ ପରିବର୍ତ୍ତନ ପାଇଁ ଫୁଟବଲ୍ ଏକ ବଳିଷ୍ଠ ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ୟୁନିଟ୍-୯ ଓ କ୍ୟାପିଟାଲ ହାଇସ୍କୁଲ ପିଲାଙ୍କୁ ଫୁଟବଲ୍ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରତ୍ୟେକ୍ଷ ଭାବେ ପିଲାମାନଙ୍କୁ ପୁଟବଲ ବଣ୍ଟନ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, 5ଟି ସଚିବ ଭିକେ ପାଣ୍ଡିଆନ ଏବଂ ଅନ୍ୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଭର୍ଚ୍ଚୁଆଲ ମୋଡରେ ସାମିଲ ହୋଇଥିଲେ ।