ହକି ବିଶ୍ବକପ ପ୍ରସ୍ତୁତି, ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ହକି ବିଶ୍ବକପକୁ ରହିଲା ଆଉ ଏକ ମାସରୁ କମ୍ ସମୟ । ବିଶ୍ବକପକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟା ୫ଟାରେ ବସିବ ଅଲ୍ ପାର୍ଟି ମିଟିଂ। ଲୋକସେବା ଭବନ କନଭେନସନ ହଲ୍ରେ ବସିବ ବୈଠକ ।
ଉଭୟ ଭୁବନେଶ୍ବର ଓ ରାଉରକେଲାରେ ଖେଳାଯିବ ହକି ବିଶ୍ବକପ୍ର ସମସ୍ତ ମ୍ୟାଚ୍ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ରାଉରକେଲା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ବିକାଶମୂଳକ କାର୍ଯ୍ୟ ଆଗେଇ ଚାଲିଥିବା ସହରକୁ ସୁନ୍ଦର ଭାବେ ସଜା ଯାଇଛି ।