‘କାଳିଆ’ ଯୋଜନା ଚାଷୀଙ୍କ ମୁହଁରେ ହସ ଆଣିଛି, ଋଣ ଭାର ଲାଘବ କରିଛି: ମୁଖ୍ୟମନ୍ତ୍ରୀ

CM Naveen Distributed 920 Core Financial Assistance To Farmer Under Kalia Scheme

ଭୁବନେଶ୍ୱର: ଆସନ୍ତାକାଲି ଅଷୟତୃତୀୟା । ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇଭଉଣୀ ମାନଙ୍କୁ ଶୁଭେଛା ଜଣାଇଛନ୍ତି । ଏଥିସହ ରାଜ୍ୟର ୪୨ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ । ରାଜ୍ୟର ଛୋଟ ଚାଷୀ, ନାମ ମାତ୍ର ଚାଷୀ ,ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତିରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

CM Naveen Distributed 920 Core Financial Assistance To Farmer Under Kalia Scheme

ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ । ଏହି ଯୋଜନା ଚାଷୀ ମୁହଁରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ଚାଷୀଙ୍କ ତ୍ୟାଗର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ  ଚାଷୀଙ୍କ ତ୍ଯାଗର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହିଁ ଅର୍ଥନୀତିକୁ ସଞ୍ଜିବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ଯାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମୋ ରାଜ୍ୟର ଚାଷୀ, ଭଲରେ ରହୁ । ତା’ର ରୋଜଗାର ବଢୁ, ତା’ ପରିବାରରେ ସମୃଦ୍ଧି ଆସୁ ।ଏଥିପାଇଁ ମୁଁ କାମ କରୁଛି ଓ କରି ଚାଲିବି ।’

କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଆମେ କୋଭିଡ୍ ସଂକ୍ରମଣର ଦ୍ଵିତୀୟ ଲହରର ସାମନା କରୁଛେ । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ  କୌଣସି ଲକଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ୍ ନିୟମ ମାନି ଚାଷ କାମ ଜାରି ରଖିବା  ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ ନେବା ପାଇଁ ସେ ଆହ୍ଵାନ ଜଣାଇଛନ୍ତି । ଶେଷରେ ଚଳିତ ବର୍ଷ ପାଇଁ ଭଲ ପାଗ, ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରଙ୍କ କୋଭିଡ୍ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ସମସ୍ତଙ୍କୁ ପୁଣି ଥରେ ନିବେଦନ କରିଥିଲେ ।

CM Naveen Distributed 920 Core Financial Assistance To Farmer Under Kalia Scheme

ସୂଚନାଯୋଗ୍ୟ ଯେ, କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନାରେ ଲକ୍ଷ ଲକ୍ଷ ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣବା ବେଳ ଭୂମିହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାରର ରୋଜଗାର ବଢାଇଥାଏ ।

CM Naveen Distributed 920 Core Financial Assistance To Farmer Under Kalia Scheme

ଏହି କାର୍ଯ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ୍ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା’ ଉପରେ ଆଲୋକପାତ କରିଥିଲେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave a Reply